ଶିକ୍ଷକଙ୍କ ମାଡ଼ରେ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ
ଶିକ୍ଷକଙ୍କ ମାଡ଼ରେ ପଞ୍ଚମ ଶ୍ରେଣୀର ଜଣେ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ । ଚିକିତ୍ସାଧୀନ ଅବସ୍ଥାରେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତ ଛାତ୍ର ହେଲେ ଗଙ୍ଗା ଜାନି ଗଡ଼ପଦର ଆବାସିକ ବିଦ୍ୟାଳୟରେ ରହି ପଞ୍ଚମ ଶ୍ରେଣୀରେ ପାଠ ପଢୁଥିଲେ । ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଗଙ୍ଗାଙ୍କ ମୃତ୍ୟୁ ହୋଇଛି ।ଘଟଣାକୁ ନେଇ ମୃତ ଛାତ୍ରଙ୍କ ପରିବାର ପକ୍ଷରୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ତେବେ ଛାତ୍ରଙ୍କ ମୃତ୍ୟୁର ପ୍ରକୃତ କାରଣ ଏବଂ ଶିକ୍ଷକଙ୍କ ମାଡ଼ ସହ ମୃତ୍ୟୁର ସମ୍ପର୍କ ନେଇ ତଦନ୍ତ ପରେ ସ୍ପଷ୍ଟ ହେବ । ଏହାକୁ ନେଇ ପ୍ରଧାନ ଶିକ୍ଷକ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ମଧ୍ୟ ଉଚ୍ଚସ୍ତରୀୟ ତଦନ୍ତ ଦାବି ହୋଇଛି।